ମେଥିର ଉପକାରିତା ବିଷୟରେ ଜାଣନ୍ତୁ….

ଇନସୁଲିନ୍‌ସ୍ତର ନିୟନ୍ତ୍ରିତ ହେଲେ ଡାଇବେଟିସ୍‌ ହେବାର ଆଶଙ୍କା କମ୍‌ ହୋଇଥାଏ । ଏଥିରେ ଥିବା ଆମିନୋ ଏସିଡ୍‌ ଯୋଗୁ ଏହା ସମ୍ଭବ ହୁଏ । ମେଥିରେ ଥିବା ଆଣ୍ଟି-ଇନ୍‌ଫ୍ଲେମେଟୋରୀ ତତ୍ତ୍ୱ ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି।

ମେଥିଦାନାକୁ ପାଣିରେ ଭିଜାଇ ପିଇବା ଦ୍ୱାରା ଏହାର ପୁଷ୍ଟିସାର ତତ୍ତ୍ୱ ବହୁ ଗୁଣ ବଢିଯାଇଥାଏ । ତେଣୁ ମେଥି ପରିବର୍ତ୍ତେ ଏହାର ପାଣି ପିଇଲେ ବେଶୀ ଉପକାର ମିଳେ ।