ଅଙ୍ଗୁର ଲାଭଦାୟକ ଗୁଣ ଜାଣନ୍ତୁ…

ଲୋକମାନେ ଅଙ୍ଗୁର ଖାଇବାକୁ ପସନ୍ଦ କରିଥାନ୍ତି । ଅଙ୍ଗୁର ରସରେ ଭିଟାମିନ୍-ସି, ଭିଟାମିନ୍-କେ, ଫାଇବର, ଖଣିଜ ପଦାର୍ଥ, କ୍ୟାଲୋରୀ ଓ ଆଣ୍ଟିଅକ୍ସିଡାଣ୍ଟ ଭରପୂର ପରିମାଣରେ ରହିଥାଏ ।  ସେଥିପାଇଁ ଅଙ୍ଗୁରକୁ ସ୍ୱାସ୍ଥ୍ୟର ଭଣ୍ଡାର ବୋଲି କୁହାଯାଏ । ଆସନ୍ତୁ ଜାଣିବା ଅଙ୍ଗୁର ଖାଇଲେ ଶରୀରକୁ କ’ଣ ସବୁ ଉପକାରିତା ମିଳିଥାଏ ।

ଅଙ୍ଗୁରରେ ବିଭିନ୍ନ ଉପାଦାନ ରହିଛି, ଯେପରିକି ରେସଭେରାଟ୍ରୋଲ ଏବଂ କ୍ୱାରସେଟିନ, ଯେଉଁଥିରେ କର୍କଟ ନିରୋଧୀ ଗୁଣ ଥିବାରୁ ଏହା ଟ୍ୟୁମରର ବୃଦ୍ଧିକୁ ରୋକିବାରେ ସାହାଯ୍ୟ କରିଥାଏ । ସେହିଭଳି ଅଙ୍ଗୁରରେ ଥିବା ଆଣ୍ଟିଅକ୍ସିଡାଣ୍ଟ କର୍କଟ ରୋଗକୁ ପ୍ରତିରୋଧ କରିଥାଏ । ଅଙ୍ଗୁରରେ ଫାଇବର ରହିଛି, ଯାହା ହଜମ କ୍ରିୟାରେ ସହାୟକ ହେବା ସହ କୋଷ୍ଠକାଠିନ୍ୟ ସମସ୍ୟାକୁ ମଧ୍ୟ ଦୂର କରିଥାଏ। ଏହା ପାଚନ କ୍ରିୟାକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ ।