ଗୁଜୁରାତି ମସଲା ଖାଦ୍ୟର ସ୍ୱାଦ ଓ ଗୁଣାତ୍ମକ ମାନ ଉଭୟ ବଢାଇଥାଏ । କାର୍ବୋହାଇଡ୍ରେଟ୍, ଫାଇବର୍, କ୍ୟାଲସିୟମ୍, ପୋଟାସିୟମ୍, ମ୍ୟାଗ୍ନେସିୟମ୍, ଲୌହ, ଫସଫସରସ୍ ତତ୍ତ୍ୱ ଥିବା ଏଇ ଗୁଜୁରାତି ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ । ବିଶେଷଜ୍ଞଙ୍କ ମତରେ ନିୟମିତ ଭାବେ ଗୁଜୁରାତି ପାଣି ପିଇବା ଶରୀର ଉପରେ ଭଲ ପ୍ରଭାବ ପକାଇଥାଏ ।
ବେଶ୍ ସହଜ ତଥା ସରଳ ଉପାୟରେ ଏହି ଗୁଜୁରାତି ପାଣିକୁ ପ୍ରସ୍ତୁତ କରିହେବ । ଗୋଟେ ଲିଟର ପାଣିରେ ୫ଟି ଗୁଜୁରାତିକୁ ପକାଇ ରାତିସାରା ରଖନ୍ତୁ । ସକାଳୁ ଏହି ପାଣିକୁ ଗରମ କରି ପିଅନ୍ତୁ । ଦିନ ଭିତରେ ୨-୩ଥର ଏହି ଗୁଜୁରାତି ପାଣି ପିଇବା ଅଭ୍ୟାସ କରନ୍ତୁ ।