ଅମୃତଭଣ୍ଡାର ଉପକାରିତା ବିଷୟରେ ଜାଣନ୍ତୁ….

ଅମୃତଭଣ୍ଡା ସ୍ୱାସ୍ଥ୍ୟ ଉପକାରୀ ଗୁଣର ଏକ ଖଣି । ଅମୃତଭଣ୍ଡାରେ ଭିଟାମିନ୍ ଏ, ଭିଟାମିନ୍ ସି ଏବଂ ଭିଟାମିନ୍ ଇ ପରି ଅଧିକ ପରିମାଣର ଆଣ୍ଟିଅକ୍ସିଡାଣ୍ଟ ଥାଏ। ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏହି ଫଳ ହୃଦରୋଗର ଆଶଙ୍କାକୁ ହ୍ରାସ କରିଥାଏ। ଏହା ମଧ୍ୟ କୋଲେଷ୍ଟ୍ରଲକୁ ହ୍ରାସ କରେ। ଅମୃତଭଣ୍ଡାରେ ଦୁଇଟି ଏନଜାଇମ୍ ପେପେନ୍ ଏବଂ କାଇମୋପେପେନ୍ ରହିଥାଏ। ଏହି ଦୁଇଟି ଏନଜାଇମ୍ ହଜମ କରିବାରେ ସାହାଯ୍ୟ କରିଥାଏ।