ଆଜିର ରାଶିଫଳ: ଅକ୍ଟୋବର ମାସ ୧୦ ତାରିଖ ୨୦୨୩ ମସିହା(ମଙ୍ଗଳବାର)

ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି

ସୁର୍ୟୋଦୟ-ପ୍ରାତଃ ଘ୦୫/୪୪/୦୯, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୫/୦୯।। ଯୋଗିନୀ ଅଗ୍ନିକୋଣେ ଦିବା ଘ୦୨/୫୮ ପର୍ଯ୍ୟନ୍ତ ତଦନ୍ତେ ନୈରୁତେ।। ଏକାଦଶୀ ର ସମ୍ବାତ୍ସାରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ।। ପୁଷ୍କର – ମୃତେ ଏକପାଦ ଦିବା ଘ୦୨/୫୮ ଗତେ ଦ୍ଵୀପାଦ ଦୋଷ ।।

କାଳବେଳା -ଦିବା ଘ୧୨/୫୮ ଗତେ ଘ ୦୨/୩୬ ମଧ୍ୟେ, ବାରବେଳା – ଦିବା ଘ୦୭/୧୨ ଗତେ ଘ ୦୮/୪୧ ମଧ୍ୟେ ।।

ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୩୩ ମଧ୍ୟେ ଓ ଘ୦୮/୪୫ ଗତେ ଘ୧୧/୨୦ ମଧ୍ୟେ , ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ସନ୍ଧ୍ୟା ଘ୦୫/୨୫ ଗତେ ରାତ୍ରି ଘ ୦୭/୪୭ ମଧ୍ୟେ ।।

ମେଷ: ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ ।

ବୃଷ:  ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ ।

ମିଥୁନ: କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।

କର୍କଟ: ବ୍ୟବସାୟ ଓ ପରିବହନରେ କ୍ଷତି । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ ।

ସିଂହ: ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ ।

କନ୍ୟା: କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ

ତୁଳା: ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ ।

ବିଛା: ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ ।

ଧନୁ: ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ ।

ମକର: ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ।

କୁମ୍ଭ: କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ ।

ମୀନ: ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ ।

(ପ୍ରତ୍ୟାଖ୍ୟାନ: ଏହି ଆର୍ଟିକିଲରେ ଥିବା ସୂଚନା ବିଭିନ୍ନ ମାଧ୍ୟମ / ଜ୍ୟୋତିଷ / ଆଲମାନାକ / ବକ୍ତବ୍ୟ / ବିଶ୍ୱାସ / ଶାସ୍ତ୍ରରୁ ସଂଗ୍ରହ କରିବା ପରେ ଆପଣଙ୍କ ନିକଟକୁ ଅଣାଯାଇଛି । ଆମର ଉଦ୍ଦେଶ୍ୟ କେବଳ ସୂଚନା ପ୍ରଦାନ କରିବା)