ଆଗାମୀ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା By Shaksi News On Apr 13, 2022 0 ଆହୁରି ପଢ଼ନ୍ତୁ... ନାବାଳିକାଙ୍କୁ ଦୁଷ୍କର୍ମ Sep 18, 2026 ରୋହିତଙ୍କ ରେକର୍ଡ ଭାଙ୍ଗି ଇତିହାସ… Sep 18, 2026 କ୍ରିକେଟର ପୃଥ୍ୱୀ ଶ’ ଓ ଆକୃତି… Sep 18, 2026 ଡାର୍କ ଚକୋଲେଟ୍ ସ୍ୱାସ୍ଥ୍ୟ ପାଇଁ… Sep 18, 2026 ଭୁବନେଶ୍ୱର: ଆଜି ଠାରୁ ଆଗାମୀ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୪ ତାରିଖ ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ଜନିତ କାଳବୈଶାଖୀ ହେବାର ସମ୍ଭାବନା ରହଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୯ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର। Continue Reading #shaksinewsLife Stylelifestyle 0 Share