ସଡକ ଦୁର୍ଘଟଣାରେ ୧୦ଜଣଙ୍କର ମୃତ୍ୟୁ

ଶ୍ରୀନଗର : ପୋଲ ତଳକୁ ଏକ ଯାତ୍ରୀବାହୀ ବସ୍‌‌ ଖସି ଯାଇ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪୦ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ଚିକିତ୍ସା ଜମ୍ମୁର ହସ୍ପିଟାଲରେ କରାଯାଉଛି। ଛଅ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି।

ମୃତକଙ୍କ ମଧ୍ୟରେ ବସ ଚାଳକ ମଧ୍ୟ ରହିଛନ୍ତି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ।