ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୯ କରୋନା ସଂକ୍ରମଣ ଚିହ୍ନଟ

ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୪୮ରେ ପହଞ୍ଚିଛି….

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୮୧ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୩,୭୪୮ କୋଟିରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ରେକର୍ଡ କରାଯାଇଥିବା ୨ଟି ମୃତ୍ୟୁକୁ ମିଶାଇ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୪୮ରେ ପହଞ୍ଚିଛି।