ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୦୦ କରୋନା ସଂକ୍ରମଣ ଚିହ୍ନଟ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ….

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୩୦୦ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୦୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୩୦୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୯୯,୪୧୮ରେ ପହଞ୍ଚିଛି।