ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୬୯ କରୋନା ସଂକ୍ରମଣ ଚିହ୍ନଟ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ…

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୬୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୬କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୫,୬୧୯ କୋଟିରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ କର୍ଣ୍ଣାଟକରୁ ୧ଟି ମୃତ୍ୟୁ ରିପୋର୍ଟ କରାଯିବା ପରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୬୪ ହୋଇଥିବା ରେକର୍ଡ କରାଯାଇଛି।