ଅନୁଗୋଳ ଏନଏଚ୍ -୫୩ର ସମ୍ପ୍ରସାରଣ ସହ ରାଜପଥକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪ କୋଟି ମଞ୍ଜୁର – ଧର୍ମେନ୍ଦ୍ର ପ୍ରଧାନ
ଅନୁଗୋଳ ଜିଲ୍ଲା ଜାତୀୟ ରାଜପଥ -୫୩କୁ ସମ୍ପ୍ରସାରଣ
ଅନୁଗୋଳ ଜିଲ୍ଲା ଏନଏଚ-୫୩ରେ ରେଙ୍ଗାଲି, ବଜ୍ରକୋଟ ଏବଂ ଟାକୁଆରେ ତିନୋଟି ବାଇପାସ ସହ ଜାତୀୟ ରାଜପଥର ସମ୍ପ୍ରସାରଣ ଏବଂ ଦୁଇ ଲେନ୍ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ଅନୁମୋଦନ କରାଯାଇଛି । ଏହି ଜାତୀୟ ରାଜପଥ ପାରାଦୀପ ବନ୍ଦର ସହ ରାଜ୍ୟର ବୃହତ ଶିଳ୍ପାଞ୍ଚଳ ଏବଂ ଖଣି କୋରିଡରକୁ ସଂଯୋଗ କରୁଛି । ରାଜପଥର ସମ୍ପ୍ରସାରଣ ଏବଂ ଉନ୍ନତିକରଣ ଦ୍ୱାରା ଲୋକଙ୍କ ଯାତୟତ ସୁରକ୍ଷିତ ହେବ । ଏହାବ୍ୟତିତ ଏହି ରାଜପଥ ଭାରି ଯାନର ଯାତାୟତ ସହଜ ହେବ ଏବଂ ଏହି ଶିଳ୍ପ କୋରିଡର ତଥା କୋଲ୍ ଇଣ୍ଡିଆ, ଏନଟିପିସି, ଜିନ୍ଦଲ ଷ୍ଟିଲର ସାମାଜିକ ଓ ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବ ।
ଶ୍ରୀ ପ୍ରଧାନ କହିଛନ୍ତି ଏନଏଚ ୫୩ର ସମ୍ପ୍ରସାରଣ ଅନୁଗୋଳ ଏବଂସମ୍ବଲପୁର ଜିଲ୍ଲାର ଯାତାୟତକୁ ସୁଗମ କରିବା ସହ ଶିଳ୍ପ କ୍ଷେତ୍ରର ବିକାଶ ହେବା ସଙ୍ଗେସଙ୍ଗେ ସାମାଜିକ ଓ ଆର୍ଥିକ ବିକାଶରେ ଅଭିବୃଦ୍ଧି ଘଟିବ ।