୨୪ ଘଣ୍ଟାରେ ଦେଶରେ ୧୯,୭୪୦ କୋଭିଡ୍‌ ଅଙ୍କ୍ରାନ୍ତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୪୮

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୯,୭୪୦ ଥିବା ବେଳେ ମୃତ୍ୟୁସଂଖ୍ୟା ୨୪୮ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୯,୭୪୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୪୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୯,୩୫,୩୦୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୪୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୦,୩୭୫ରେ ପହଞ୍ଚିଛି।