ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୮୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୮୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୯୦,୫୭୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୭୨କୁ ବୃଦ୍ଧି ପାଇଛି।