ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୫ ଜୀବନ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ହାଥରସ ଜିଲ୍ଲାର ସହପଉ ଥାନା ଅଞ୍ଚଳରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଓ ଡମ୍ଫର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହି ଦୁର୍ଘଟଣାରେ ୧୨ରୁ ଅଧିକ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।