ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୫୩୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୮,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୫୩୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭,୫୩୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଞ୍ଚିଛି।