ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୫ହଜାର ୩୬୨ ଜଣ କରୋନା ଆକ୍ରାନ୍ତଙ୍କ ଚି଼ହ୍ନଟ ହୋଇଥିବା ବେଳେ ୧,୦୮୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ୨୪ ଘଣ୍ଟାରେ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯, ୬୦, ୯୬୯ ରହିଛି।
ସମଗ୍ର ଦେଶରେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ୫୯, ୦୩, ୯୩୨ ଲକ୍ଷ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ତରଫରୁ ସୂଚନା ଦିଆଯାଇଛି ।ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ ୪୮,୪୯,୫୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୯୩, ୩୭୯ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।
ଗତ ୨୪ ଘଣ୍ଟା ମଧ୍ୟରେ ହୋଇଥିବା ତଥ୍ୟ ଅନୁସାରେ , ନୂତନ ସଂକ୍ରମଣ ଅପେକ୍ଷା ଭାରତରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଅଧିକ ରହିଛି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥତା ସଂଖ୍ୟା ୯୩, ୦୦୦ ଟପିଥିବା ବେଳେ ସମଗ୍ର ଭାରତରେ ସକ୍ରିୟ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୯.୬ ଲକ୍ଷକୁ ଖସି ଆସିଛି। କୋଭିଡ୍-୧୯ ପଜିଟିଭ୍ ବୋଲି ଜଣାପଡ଼ିଥିବା ୫୯.୦୩ ଲକ୍ଷ୍ ରୋଗୀଙ୍କ ମଧ୍ୟରୁ ୪୮.୪୯ ଲକ୍ଷ ରୋଗୀ ଏବେ ସୁସ୍ଥ ହୋଇସାରିଛନ୍ତି।