ନୂଆଦିଲ୍ଲୀ: ଦେଶରେ୨୪ଘଣ୍ଟାରେ ୯୭ ହଜାର ୮୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ଆଜି ୫୧ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆକ୍ରାନ୍ତ ସହ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ୨୪ଘଣ୍ଟାରେ ୮୨ହଜାର ୭୧୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୩୨ଜଣଙ୍କର ମୃତ୍ୟୁ ଘଟିଛି।
ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୧,୧୮,୨୫୩ ରେ ପହଞ୍ଚିଛି । ଏହା ମଧ୍ୟରୁ ୧୦୦୯୯୭୬ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୩,୧୯୮ ରହିଛି । ସେହିପରି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୦,୨୫୦,୭୯ ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି ।