ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଘରେ ଓଡ଼ିଶାର ପଟ୍ଟଚିତ୍ର

ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଥିବା ଓଡ଼ିଶାର ପଟ୍ଟଚିତ୍ରକୁ ନେଇ ଏବେ ସବୁଠି ଚର୍ଚ୍ଚା । ଏହି ପଟ୍ଟଚିତ୍ରକୁ ତିଆରି କରିଛନ୍ତି…..

ନୂଆଦିଲ୍ଲୀ: ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଥିବା ଓଡ଼ିଶାର ପଟ୍ଟଚିତ୍ରକୁ ନେଇ ଏବେ ସବୁଠି ଚର୍ଚ୍ଚା । ଏହି ପଟ୍ଟଚିତ୍ରକୁ ତିଆରି କରିଛନ୍ତି ପୁରୀ ରଘୁରାଜପୁରର ଭାସ୍କର ମହାପାତ୍ର । ଡେନମାର୍କ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଡେନମାର୍କ ପ୍ରଧାନମନ୍ତ୍ରୀ ମେଟ ଫ୍ରେଡିକ୍ସନଙ୍କୁ ସାକ୍ଷାତ କରିଥିଲେ । ଏହି ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେ ବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ମୋଦିଙ୍କୁ ଦେଖାଇଥିଲେ ଫ୍ରେଡିକ୍ସନ । ସୂଚନାଯୋଗ୍ୟ ଯେ, ପୂର୍ବରୁ ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏହି ପଟ୍ଟଚିତ୍ରକୁ ଉପହାର ସ୍ୱରୂପ ପ୍ରଦାନ କରିଥିଲେ ।