ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ଅନୁସାରେ, ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯ରେ ପହଞ୍ଚିଛି । କେରଳ, ଦିଲ୍ଲୀ, ମହାରାଷ୍ଟ୍ର, ତାମିଲନାଡୁରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ମୁତାବକ, କେରଳରେ ସର୍ବାଧିକ ୪୩୦ ସକ୍ରିୟ ଆକ୍ରାନ୍ତଙ୍କ ରିପୋର୍ଟ ହୋଇଥିବା ବେଳେ ସେହିପରି ମହାରାଷ୍ଟ୍ରରେ ୨୦୯, ଦିଲ୍ଲୀରେ ୧୦୪, ଗୁଜରାଟରେ ୮୩, କର୍ଣ୍ଣାଟକରେ ୪୭, ଉତ୍ତରପ୍ରଦେଶରେ ୧୫ ଏବଂ ପଶ୍ଚିମବଙ୍ଗରେ ୧୨ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି ।