ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ କୋଭିଡ୍‌ ପଜିଟିଭ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ କୋଭିଡ୍‌ ସଂକ୍ରମିତ ହୋଇଥିବା ଜଣାପଡିଛି । ଅସୁସ୍ଥ ଶ୍ରୀ ହରିଚନ୍ଦନଙ୍କୁ ବିଜୟାୱାଡାରୁ ହାଇଦ୍ରାବାଦ୍‌କୁ ଏୟାର ଲିଫ୍ଟ କରାଯାଇଛି । ବର୍ତ୍ତମାନ ସେ ଗଞ୍ଚିବୋଲିର ଏଆଇଜି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଅପରପକ୍ଷରେ ବିଶ୍ୱ ଭୂଷଣ ହରିଚନ୍ଦନଙ୍କ ଅସୁସ୍ଥତା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ୱଭୂଷଣ ହରିଚନ୍ଦନ କୋଭିଡ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ଅବଗତ ହେଲି । ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।