ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୨୮ କରୋନା ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇ ୧୦୦ ଟପି ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୧,୭୯୨ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୩,୨୫୦ କୋଟିରେ ପହଞ୍ଚିଛି।