ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୪୫୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୦୬କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୫୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୫୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୯,୯୬୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଗୁଜରାଟରେ ଗୋଟିଏ ମୃତ୍ୟୁ ରେକର୍ଡ କରାଯିବାରୁ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୮୦କୁ ବୃଦ୍ଧି ପାଇଛି।