ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଦୁର୍ଘଟଣାରେ ୨ ପାଇଲଟ ଆହତ ସୂଚନା

ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀରରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । କିଶତୱାଡାରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ସେନାର ଏଏଲଏଚ୍ ଧ୍ରୁବ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ ପାଇଲଟ ଆହତ ହୋଇଛନ୍ତି । କିନ୍ତୁ ସେମାନେ ସୁରକ୍ଷିତ ଥିବା ସୂଚନା ମିଳିଛି । ଦୁର୍ଘଟଣାର ଖବର ମିଳିବା ପରେ ପୋଲିସ ଓ ସେନା ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଉଦ୍ଧାର କାର୍ଯ୍ୟ ଜାରି ରହିଛି ।