୫ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତରତ୍ନ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂ, ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓ ଓ ବିଶିଷ୍ଟ କୃଷି ବୈଜ୍ଞାନିକ ଏମ୍‌ଏସ୍‌ ସ୍ୱାମିନାଥନଙ୍କୁ ଭାରତରତ୍ନ ପାଇଁ ମନୋନୀତ କରାଯାଇଛି ।

ପୂର୍ବରୁ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁର ଓ ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତରତ୍ନ ପାଇଁ ମନୋନୀତ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଏହି ସୂଚନା ପ୍ରଦାନ କରିଛନ୍ତି ।