ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର: ରାଜ୍ୟର ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ମଧ୍ୟରେ ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ କଟକ ଆଦି କେତେକ ଜିଲ୍ଲାରେ କୁହୁଡି ପଡିବାର ସମ୍ଭାବନା ମଧ୍ୟ ରହିଛି । କୁହୁଡି ପାଇଁ ଉକ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାବାଦ ନୂଆବର୍ଷରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ନୟାଗଡ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ କୁହୁଡି ପଡିବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି ।