କମିଲା ଗ୍ୟାସ ଓ ସିଲିଣ୍ଡର ଦାମ୍

ନୂଆଦିଲ୍ଲୀ : ଖସିଲା ଏଲପିଜି ସିଲିଣ୍ଡର ଦାମ୍। ତେବେ ଘରୋଇ ଗ୍ୟାସ୍‌ ସିଲିଣ୍ଡର ନୁହେଁ, କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦାମ ଖସିଛି । ତୈଳ କମ୍ପାନୀଗୁଡିକ ଜୁନ୍ ୧ ରେ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ହ୍ରାସ କରିଛନ୍ତି। ସରକାରୀ ତୈଳ କମ୍ପାନୀଗୁଡିକ ଦ୍ୱାରା ପ୍ରକାଶିତ ମୂଲ୍ୟ ଅନୁଯାୟୀ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୮୩ ଟଙ୍କା ହ୍ରାସ କରାଯାଇଛି। ୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ଗ୍ୟାସ ସିଲିଣ୍ଡର ପାଇଁ ବର୍ତ୍ତମାନ ୧୭୭୩ ଟଙ୍କା ଦେବାକୁ ପଡିବ।