ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୫,୧୫୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ୩୨୩ ଦିନ ମଧ୍ୟରେ ଭାରତରେ ସମୁଦାୟ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି ।
ସେହିପରି ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୪୭ ଜଣ ମୃତ୍ୟୁ ବରଣ କରିଛନ୍ତି । ଏହିକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧୪୫, ୧୩୬ରେ ପହଞ୍ଚିଛି। ସେହିଭଳି, ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୦୪,୫୯୯ରେ ପହଞ୍ଚିଛି।
ଅନ୍ୟପଟେ ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇ ଫେରିଥିବା ୩୧,୦୮୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ୯୫, ୫୦, ୭୧୨ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୦୮୭୫୧।ଡିସେମ୍ବର ୧୮ ତାରିଖ ସୁଦ୍ଧା ୧୬,୦୦,୯୦,୫୧୪ ନମୁନା ପରୀକ୍ଷା କରାଯାଇଛି। ଡିସେମ୍ବର ୧୮ ତାରିଖ ଦିନ ୧୧, ୭୧, ୮୬୮ ନମୁନା ପରୀକ୍ଷା କରାଯାଇଛି ବୋଲି ‘ଆଇସିଏମ୍ଆର୍’ କହିଛି ।