ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ଭାରତରେ ୬୧ ହଜାର ୨୬୭ ନୂଆ ମାମଲା ସାମନାକୁ ଆସିଛି ଓ ୮୮୪ ଜଣ ମୃତ୍ୟୁବରଣ କରିଛନ୍ତି । ଏହାକୁ ନେଇ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାରରେ ପହଞ୍ଚିଛି ।ଏହାସହ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୬୬,୮୫,୦୮୩ ରେ ପହଞ୍ଚିଛି । ଏହା ମଧ୍ୟରୁ ୯,୧୯,୦୨୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୦୩୫୬୯କୁ ବୃଦ୍ଧି ପାଇଛି । ସେହିପରି ମୋଟ ଆରୋଗ୍ୟ ସଂଖ୍ୟା ୫୬୬୨୪୯୦ ରେ ପହଞ୍ଚିଛି ।
ଅନ୍ଯପଟେ ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୫୬ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୦ ଲକ୍ଷ ୪୫ ହଜାର ଟପିଯାଇଛି ।