ଦେଶରେ୯୦ହଜାର ଟପିଲା କରୋନା ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି । ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ୨୪ଘଣ୍ଟା‌ରେ ୮୩,୩୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ୨୪ଘଣ୍ଟାରେ ୧୦୮୫ଜଣ ମୃତ୍ୟୁବରଣ କରିଛନ୍ତି।

ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୬ ଲକ୍ଷ ୪୬ ହଜାର ୦୧୦ରେ ପହଞ୍ଚିଛି । ଏହା ମଧ୍ୟରୁ ୯,୬୮, ୩୭୭ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୯୦, ୦୨୦ ରହିଛି । ତେବେ ମୋଟ ସୁସ୍ଥଙ୍କ ସଂଖ୍ୟା ୪୫,୮୭୬,୧୩ରେ ପହଞ୍ଚିଲା । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୫୯% ରହିଥିବା ବେଳେ ଆରୋଗ୍ୟ ହାର ୮୧.୨୫% ରହିଛି ।

ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ବରେ ଆଗରେ ରହିଛି। ଆମେରିକାରେ ବର୍ତ୍ତମାନ ୭,୦୯୭,୯୩୭ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେ ମଧ୍ୟରୁ ୪,୩୪୬,୧୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ଏହାକୁ ନେଇ ସୁସ୍ଥ ସଂଖ୍ୟାରେ ଆମେରିକା ଦ୍ୱିତୀୟରେ ରହିଛି ।