ଦେଶରେ ୧୬, ୪୩୨ ନୂଆ କରୋନା ସଂକ୍ରମିତ ଚିହ୍ନଟ-shaksi news

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୬, ୪୩୨ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦, ୨୨୪, ୩୦୩ରେ ପହଞ୍ଚିଛି।ଏହାସହ ଦେଶରେ ୨୪ ଘଣ୍ଟା ମଧ୍ୟରେ କରୋନାଭାଇରସ୍‌ଜନିତ ୨୫୨ ମୃତ୍ୟୁ ରେକର୍ଡ କରାଯାଇଛି। ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ଏହାକୁ ନେଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୪୮,୧୫୩ରେ ପହଞ୍ଚିଛି।

ସେପଟେ କରୋନା ଭାଇରସର ଦୈନିକ ସଂକ୍ରମଣରେ ପୁଣି ଥରେ ହ୍ରାସ ପାଇଥିବାର ଦେଖିବାକୁ ମିଳିଛି । ଦୈନିକ ସଂକ୍ରମଣରେ ବଡଧରଣ ହ୍ରାସ ପାଇଥିବାର ଦେଖିବାକୁ ମିଳିଛି । ଗତ ୨୪ଘଣ୍ଟାରେ ୧୬,୪୩୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକି ଗତ କିଛି ମଧ୍ୟରେ ସବୁଠାରୁ କମ୍‌ ଧରଣର ସଂକ୍ରମଣ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ୨୪,୯୦୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୮, ୦୭, ୫୬୯। ଏହି ତଥ୍ୟ ଅନୁସାରେ, ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୫.୯୨% ରହିଛି।