ଦେଶରେ ୮୨,୧୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୨,୧୭୦ ଆକ୍ରାନ୍ତଙ୍କୁ ଚିହ୍ନଟ ହୋଇଥିବା ବେଳେ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯, ୬୨,୬୪୦ ରହିଛି। ୨୪ ଘଣ୍ଟାରେ ୧୦୩୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।
ସମଗ୍ର ଦେଶରେ ୬୦, ୭୪, ୭୦୨ ଲକ୍ଷ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୦,୧୬,୫୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ସେହିପରି ୯୫, ୫୪୨ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।