ଦେଶରେ ତଳକୁ ଖସୁଛି କରୋନା ମୃତ୍ୟୁ ମିଟର

ନୂଆଦିଲ୍ଲୀ :ଗତ ୨୪ ଘଣ୍ଟାରେ ଦେଶରେ ୩୮,୩୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲିଭଳି ଆଜି ମଧ୍ୟ ମୃତ୍ୟୁସଂଖ୍ୟା ୫୦୦ତଳକୁ ଖସିଛି। ୨୪ଘଣ୍ଟାରେ ୪୯୦ଜଣ ମୃତ୍ୟୁବରଣ କରିଥିବା ବେଳେ ୫୮୩୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂତନ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୨ ଲକ୍ଷ ଟପିଯାଇଛି ।

ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୮୨,୬୭,୬୮୩ରେ ପହଞ୍ଚିଛି । ଏହା ମଧ୍ୟରୁ ୫୪୧୪୦୫ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୨୩,୦୯୭ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୭୬,୦୩,୧୨୧ ରେ ପହଞ୍ଚିଛି । ଏହା ସହ ଦେଶରେ ଗତକାଲି ୧୦,୪୬,୨୪୭ନମୁନା ପରୀକ୍ଷା କରାଯାଇଥିବା ବେଳେ ନଭେମ୍ବର ୨ସୁଦ୍ଧା ସର୍ବମୋଟ ୧୧,୧୭,୮୯,୩୫୦ ନମୁନା ପରୀକ୍ଷା କରାଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି ।