ଦେଶରେ ଦିନକରେ ୪୩୫ କରୋନା ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ କମିଛି କରୋନା ଆକ୍ରାନ୍ତ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୩୦ ହଜାର ୫୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୫ ଜଣଙ୍କ ମୃତ୍ୟୁ ହୋଇଛି ।

ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮ ଲକ୍ଷ ୪୫ ହଜାର ୧୨୭କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୦ ହଜାର ୭୦ କୁ ବୃଦ୍ଧି ପାଇଛି ।ସେହିପରି ଦେଶରେ ୪ ଲକ୍ଷ ୬୫ ହଜାର ୪୭୮ ଜଣ ଚିକିତ୍ସିତ ହେଉଥିବା ବେଳେ ୮୨ ଲକ୍ଷ ୪୯ ହଜାର ୫୭୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।