ଦେଶରେ ୬୩,୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ମଧ୍ୟରେ ଦେଶର କରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା କମିଛି । କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୧୬୧ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩ ହଜାର ୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୯୫ ଜଣଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩ ଲକ୍ଷ ୭୦ ହଜାର ୪୯୬କୁ ବୃଦ୍ଧି ପାଇଛି ।୮ ଲକ୍ଷ ୦୪ ହଜାର ୫୨୮ ଜଣ ଚିକିତ୍ସିତ ହେଉଥିବା ବେଳେ ୬୪ ଲକ୍ଷ ୫୩ ହଜାର ୭୭୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।