ଦେଶରେ ୬୨ ହଜାର ୨୧୨ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ କମିଛି କରୋନା ଆକ୍ରାନ୍ତ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୨ ହଜାର ୨୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୩୭ ଜଣଙ୍କ ମୃତ୍ୟୁ ହୋଇଛି ।

ଦେଶରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୯୯୮କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଲକ୍ଷ ୩୨ ହଜାର ୬୮୦କୁ ବୃଦ୍ଧି ପାଇଛି ।ଏହାସହ ୭ ଲକ୍ଷ ୯୫ ହଜାର ୮୭ ଜଣ ଚିକିତ୍ସିତ ହେଉଥିବା ବେଳେ ୬୫ ଲକ୍ଷ ୨୪ ହଜାର ୫୯୫ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।