ଦେଶରେ ୫୩ ହଜାର ୩୭୦ ନୂଆ ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୩ ହଜାର ୩୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫୦ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ଲକ୍ଷ ୧୪ ହଜାର ୬୮୨କୁ ବୃଦ୍ଧି ପାଇଥିବା ବେଳେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୭ ହଜାର ୯୫୬କୁ ବୃଦ୍ଧି ପାଇଛି ।


ଅନ୍ୟପଟେ ଦେଶରେ ୬ ଲକ୍ଷ ୮୦ ହଜାର ୬୮୦ ଜଣ ଚିକିତ୍ସିତ ହେଉଥିବା ବେଳେ ୭୦ ଲକ୍ଷ ୧୬ ହଜାର ୦୪୬ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।