ଦେଶରେ ନୂଆ ୫୦ହଜାର ୩୫୭ଜଣ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଳୀ: ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୫୦ହଜାର ୩୫୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ ୮୪ ଲକ୍ଷ ୬୨ହଜାର ୦୮୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଦେଶରେ ୫୭୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୫ହଜାର ୫୬୨ରେ ପହଞ୍ଚିଛି।

ଏବେ ସୁଦ୍ଧା କରୋନାରୁ ସମୁଦାୟ ୭୮ଲକ୍ଷ ୧୯ହଜାର ୮୮୬ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ହଜାର ୯୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସକ୍ରିୟ ଅଛନ୍ତି ୫ ଲକ୍ଷ ୧୬ହଜାର ୬୩୨ଜଣ।ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୧୩ ହଜାର ୨୦୯ ନମୁନା ପରୀକ୍ଷା ହୋଇଥିବା ବେଳେ ଏବେ ସୁଦ୍ଧା ସମୁଦାୟ ୧୧, ୬୫,୪୨, ୩୦୪ନମୁନା ପରୀକ୍ଷା ହୋଇ ସାରିଲାଣି।