ଦେଶରେ ୨୩,୯୫୦ ନୂଆ କରୋନା ସଂକ୍ରମିତ ଚିହ୍ନଟ-shaksi news

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩,୯୫୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏହାକୁ ନେଇ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୯୯,୦୬୬ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ୩୩୩ କରୋନାରେ ମୃତ୍ୟୁ ହୋଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧୪୬, ୪୪୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ୨୬, ୮୯୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୬, ୬୩, ୩୮୨। ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୮୯,୨୪୦ ।