ଦେଶରେ ୫୫,୩୪୨ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ :୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୫୫,୩୪୨ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୭୧ ଲକ୍ଷ ୭୫ ହଜାର ୮୮୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୭୦୬ ଜଣଙ୍କ ଜୀବନ ଯାଇଥିବା ସୂଚନା ରହିଛି।

ବର୍ତ୍ତମାନ ଦେଶରେ ମୋଟ ୮ ଲକ୍ଷ ୩୮ ହଜାର ୭୨୯ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୬୨ ଲକ୍ଷ ୨୭ ହଜାର ୨୯୬ ଜଣ। ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୦୯ ହଜାର ୮୫୬କୁ ବୃଦ୍ଧି ପାଇଛି ।ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।