ଦେଶରେ ୪୬ ହଜାର ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଳୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୬ ହଜାର ୨୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୫୧୪ ଜଣଙ୍କର ମୃତ୍ୟୁ ହୋଇଛି।

https://twitter.com/ANI/status/1323835707127857152?s=20
ଦେଶରେ ନୂଆ ସଂକ୍ରମିତଙ୍କୁ ମିଶାଇ ସମୁଦ‌ାୟ ୮୩ ଲକ୍ଷ ୧୩ ହଜାର ୮୭୭ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି । ସେହିପରିସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୩ ହଜାର ୬୧୧ରେ ପହଞ୍ଚିଛି। କରୋନାରୁ ସମୁଦାୟ ୭୬ ଲକ୍ଷ ୫୬ ହଜାର ୪୭୮ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୫୩ ହଜାର ୩୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସକ୍ରିୟ ଅଛନ୍ତି ୫ ଲକ୍ଷ ୩୩ ହଜାର ୭୮୭ ଜଣ।

ସେହିପରି ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ ପକ୍ଷରୁ ମିଳିଥିବା ରିପୋର୍ଟ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୦୯ ହଜାର ୬୦୯ ନମୁନା ପରୀକ୍ଷା ହୋଇଥିବା ବେଳେ ଏବେ ସୁଦ୍ଧା ସମୁଦାୟ ୧୧ କୋଟି ୨୯ ଲକ୍ଷ ୯୮ ହଜାର ୯୫୯ ନମୁନା ପରୀକ୍ଷା ହୋଇ ସାରିଛି।