ଉପରାଷ୍ଟ୍ରପତିଙ୍କୁ କୋଭିଡ ପଜିଟିଭ

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କୋଭିଡ ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି । ଏନେଇ ଉପରାଷ୍ଟ୍ରପତିଙ୍କ ଅଫିସିଆଲ ଟ୍ୱିଟରରେ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି । ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କୋଭିଡ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଛି । ସେ ବର୍ତ୍ତମାନ ନିଜକୁ ଆଇସୋଲେଟ ରଖିଛନ୍ତି । ଏହାସହ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତେ କୋଭିଡ ଟେଷ୍ଟ କରାଇବାକୁ କହିଛନ୍ତି ।