ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୩୬୦୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୯୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୧ ଲକ୍ଷ ୯୨ହଜାର ୫୭୬ରେ ପହଞ୍ଚିଛି ।