ଦେଶରେ ୪୧ ହଜାର ୩୨୨ ନୂଆ ସଂକ୍ରମଣ-shaksi news

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୧ ହଜାର ୩୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮୫ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୩ଲକ୍ଷ ୫୧ ହଜାର ୧୧୦ କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୬ ହଜାର ୨୦୦କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୫୪ ହଜାର ୯୪୦ ଜଣ ଚିକିତ୍ସିତ ହେଉଥିବା ବେଳେ ୮୭ ଲକ୍ଷ ୫୯ ହଜାର ୯୬୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।