ଦେଶରେ ୮୧ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ଦେଶରେ ୪୮,୨୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୫୫୧ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୧ ଲକ୍ଷ ଟପିଯାଇଛି ।

ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୮୧,୩୭,୧୧୯ରେ ପହଞ୍ଚିଛି । ଏହା ମଧ୍ୟରୁ ୫୮୨୬୪୯ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୨୧,୬୪୧ କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥ ସଂଖ୍ୟା ୭୪,୩୨,୮୨୯ ରେ ପହଞ୍ଚିଛି ।