ଆନ୍ତର୍ଜାତୀୟ ଲେଖିକା ତଥା ଡକ୍ୟୁମେଣ୍ଟାରୀ ଫିଲ୍ମ ପ୍ରଯୋଜିକା ଗୀତା ମେହେଟ୍ଟାଙ୍କ ପରଲୋକ ଘଟିଛି। ଶେଷ ଦର୍ଶନ ପାଇଁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଖ୍ୟାତ ଲେଖିକା ଓ ଭଲ ସାମ୍ବାଦିକ ଭାବେ ଜଣାଶୁଣା ଥିଲେ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ଗୀତା ମେହେଟ୍ଟା ।
ଗତକାଲି ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଗୀତାଙ୍କ ଶେଷ ଦର୍ଶନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯିବା ନେଇ ସୂଚନା ରହିଛି ।