ଏହି ଅବସରରେ ଡକ୍ଟର ମନସୁଖ ମାଣ୍ଡଭିୟ କହିଛନ୍ତି ଯେ, ଭବିଷ୍ୟତ ପାଇଁ ପ୍ରସ୍ତୁତ ଏକ ସହନଶୀଳ ବିଶ୍ୱ ସ୍ୱାସ୍ଥ୍ୟସେବା ଇକୋସିଷ୍ଟମ ନିର୍ମାଣ ଦିଗରେ ଯୋଗଦାନ ପାଇଁ ଭାରତ ସଂକଳ୍ପବଦ୍ଧ ରହିଛି। ବିଶ୍ୱ ସ୍ୱାସ୍ଥ୍ୟସେବା ସହନଶୀଳତା ଉପରେ ସେ ବିସ୍ତୃତ ଭାବେ ଆଲୋଚନା କରିବା ସହିତ କହିଥିଲେ ଯେ ଏକ ଆର୍ଥିକ ମଧ୍ୟସ୍ଥତା ପାଣ୍ଠି ଗଠନ ପାଇଁ ପୂର୍ବରୁ ଆଲୋଚନା ହୋଇସାରିଛି । ବିଶ୍ୱ ସ୍ୱାସ୍ଥ୍ୟସେବା ଢାଞ୍ଚାରେ ରହିଥିବା ବର୍ତ୍ତମାନର ତ୍ରୁଟିପୂର୍ଣ୍ଣ ଦିଗକୁ ଗ୍ରହଣ କରିବା ଏବଂ ଜରୁରିକାଳୀନ ସ୍ୱାସ୍ଥ୍ୟ ପରିସ୍ଥିତିର ମୁକାବିଲା ପାଇଁ ଏକ ସମାବେଶୀ, ସକ୍ରିୟ ତଥା ଉତ୍ତରଦାୟୀ ବ୍ୟବସ୍ଥା ନିର୍ମାଣ କରିବା ବର୍ତ୍ତମାନ ସମୟର ଆବଶ୍ୟକତା ବୋଲି ଡକ୍ଟର ମାଣ୍ଡଭିୟ କହିଥିଲେ ।
ସାରା ବିଶ୍ୱରେ ଜନସାଧାରଣ ଏବଂ ସାମଗ୍ରୀର ବାଧାମୁକ୍ତ ପରିବହନ ସୁନିଶ୍ଚିତ କରିବା ଲାଗି ପ୍ରସ୍ତାବିତ ଗ୍ଲୋବାଲ ଫେଡରେଟେଡ୍ ପବ୍ଲିକ୍ ଟ୍ରଷ୍ଟ ଡିରେକ୍ଟୋରୀରେ ଯୋଗଦାନ କରିବା ପାଇଁ ସେ ସମସ୍ତ ଜି20 ସଦସ୍ୟମାନଙ୍କୁ ଡକ୍ଟର ମାଣ୍ଡଭିୟ ଆହ୍ୱାନ କରିଥିଲେ।