ମରକ୍କୋରେ ଭୂମିକମ୍ପର ଝଟକା

ରବାଟ୍‌: ଆଫ୍ରିକୀୟ ଦେଶ ମରକ୍କୋରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୮ ରେକର୍ଡ କରାଯାଇଛି । ରାତି ପାଖାପାଖି ୧୧ଟା ସମୟରେ ଭୂମିକମ୍ପ ହୋଇଥିଲା । ଭୂମିକମ୍ପରେ ବର୍ତ୍ତମାନ ସୁଦ୍ଧା ୨୯୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଆହୁରି ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି ।