ଗୋଟିଏ ଘରୁ ୫ଜଣଙ୍କ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ: ଦିଲ୍ଲୀର ସୀମାପୁରୀ ଅଞ୍ଚଳରେ ଥିବା ଏକ ଘର ଭିତରୁ ୫ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଏହି ୫ ମୃତକଙ୍କ ମଧ୍ୟରୁ ଜଣେ ମହିଳା ଓ ୪ଜଣ ପିଲା ରହିଛନ୍ତି । ସୂଚନା ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ôଚ ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ପୋଲିସ ସୂଚନା ଅନୁସାରେ ବିଷାକ୍ତ ଧୂଆଁରୁ ଶ୍ୱାସରୁଦ୍ଧ ହୋଇ ସମସ୍ତଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।

ସେହିପରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଫ୍ଳାଟର କବାଟ ଖୋଲିବା ପରେ ୪ ପିଲାଙ୍କ ସହ ଜଣେ ମହିଳାଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିବା ସହ ଘର ଭିତରୁ ଧୂଆଁ ଗନ୍ଧ ମଧ୍ୟ ବାହାରୁଥିଲା । ଘଟଣାସ୍ଥଳରେ ଏକ ନିଆଁ ଲଗା ଯନ୍ତ୍ର ମଧ୍ୟ ଥିଲା । ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ପରେ ଏହି ୫ ଜଣଙ୍କ ମୃତ୍ୟୁର ସ୍ପଷ୍ଟ କାରଣ ଜଣାପଡିବ । ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି ।