ଗୁଜୁରାଟରେ ବୃଦ୍ଧି ପାଉଛି ଓମିକ୍ରନ ସଂକ୍ରମଣ

ଜାମନଗର : ଗୁଜୁରାଟରେ ବୃଦ୍ଧି ପାଇବାରେ ଲାଗିଛି ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା । ଜାମନଗରରୁ ଆଉ ୨ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨ ଜଣ ଆକ୍ରାନ୍ତ ପୂର୍ବରୁ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି । ବର୍ତ୍ତମାନ ଗୁଜୁରାଟରୁ ୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଲେଣି । ପୂର୍ବରୁ ଗୁଜୁରାଟର ଜଣେ ବ୍ୟକ୍ତି ଓମିକ୍ରନରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା ।

ଏହାପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇ ପରୀକ୍ଷା କରାଯାଇଥିଲା । ଏବେ ତାଙ୍କ ପତ୍ନୀ ଏବଂ ଶାଳକ ଓମିକ୍ରନ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ, ଦେଶରେ ୨୫ଟି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି ।