ଶ୍ରମିକମାନଙ୍କ ସଂଘର୍ଷମୟ ଇତିହାସ: ମେ’ ୧ ତାରିଖ ଅନ୍ତର୍ଜାତୀୟ ଶ୍ରମିକ ଦିବସ

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌):  ମେ’ ୧ ତାରିଖ, ଶ୍ରମିକମାନଙ୍କର ଯୋଗଦାନକୁ ସ୍ୱୀକୃତି ପ୍ରଦାନ କରି ଏହି ଦିବସ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ କରାଯାଉଛି। ଶ୍ରମିକମାନଙ୍କର ସୁରକ୍ଷା, ଅଧିକାର ଓ ସ୍ୱାସ୍ଥ୍ୟ ରକ୍ଷା ଏହି ଦିବସ ପାଳନର ଆଭିମୁଖ୍ୟ।

୧୮୮୬ ମସିହା ଆଜିର ଦିନରେ ଆମେରିକାରେ ପ୍ରଥମେ ଶ୍ରମିକଙ୍କ ପାଇଁ କାମ କରିବା ସମୟ ନିର୍ଦ୍ଧାରିତ ହୋଇଥିଲା। ସେହି ଦିନକୁ ପ୍ରତିବର୍ଷ ମେ’ ୧ ତାରିଖକୁ ଶ୍ରମିକ ଦିବସ ଭାବେ ପାଳନ କରାଯାଉଛି। ଏହି ଦିବସ ପାଳନର ଅନ୍ତରାଳେ ରହିଛି ଶ୍ରମିକମାନଙ୍କ ସଂଘର୍ଷମୟ ଇତିହାସ।